Latest Odisha News

BREAKING NEWS

ଖରିଫ ଧାନ ସଂଗ୍ରହ ପାଇଁ ୭ ଦିନ ପୂର୍ବରୁ ଟୋକନ

ଭୁବନେଶ୍ୱର: ଖରିଫ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଏଥର ବି ଅଗ୍ରମି ଟୋକନ ବ୍ୟବସ୍ଥାରେ ଧାନ କିଣିବେ ରାଜ୍ୟ ସରକାର । ଚଳିତ ବର୍ଷ ୧୪ ଲକ୍ଷ ୯୭ ହଜାର ଚାଷୀ ଧାନ ବିକ୍ରି ପାଇଁ ପଞ୍ଜିକରଣ କରିଛନ୍ତି । ଧାନ ସଂଗ୍ରହ ଧାର୍ଯ୍ୟ ତାରିଖର ୭ ଦିନ ପରେ ଟୋକନ ଜେନେରେଟ ହେବ ।

କେଉଁ ଦିନ କେଉଁ ଚାଷୀ ଧାନ ବିକ୍ରି କରିବେ ସେଥିଲାଗି ଧାନ ସଂଗ୍ରହ କେନ୍ଦ୍ରରେ ନୋଟିସ ଲାଗିବ ଏବଂ ମୋବାଇଲକୁ ମଧ୍ୟ ମେସେଜ ଯିବ । ଜଳସେଚିତ ଜମିରୁ ଏକର ପିଛା ୧୯ କ୍ୱିଣ୍ଟାଲ ଓ ଅଣଜଳସେଚିତ ଜମିରୁ ୧୨ କ୍ୱିଣ୍ଟାଲ କିଣାଯିବା । ଯଦି କେହି  ଟୋକାନ ପାଇନଥିବେ ୧୯୬୭ ଟୋଲ ଫି ନମ୍ବରରେ ଜଣେଇବେ। କେଉଁ ଜିଲ୍ଲାରୁ କେଉଁ ତାରିଖରେ ଆରମ୍ଭ ହେବ ଜିଲ୍ଲାସ୍ତରୀୟ ପ୍ରୋକ୍ୟୁର୍ମେଣ୍ଟ କମିଟି ନିଷ୍ପତ୍ତି ନେବ ।

ପଶ୍ଚିମ ଓଡିଶା ଜିଲ୍ଲା ଗୁଡିକ ନଭେମ୍ବର ୧୫ ଭିତରେ ଧାନ ସଂଗ୍ରହ କରିବେ । ସବୁ ବ୍ଲକରେ ପି ପାସ ବ୍ୟବସ୍ଥା କରାଯିବ। ଯେଉଁଠି ଇଣ୍ଟରନେଟ ସୁବିଧା ନାହିଁ ୫୦ ବ୍ଲକରେ ଅଫଲାଇନରେ କରାଯିବ। ଚଳିତ ବର୍ଷ ନୂଆ ଏମଏସପି  ଦରରେ କିଣାଯିବା ଧାନ। ଏଫଏକ୍ୟୁ ମାନର ଧାନ କ୍ୱିଣ୍ଟାଲ ପିଛା ୧୮୬୮ ଟଙ୍କା ଓ ଗ୍ରେଡ ଏ ମାନର ଧାନ  ୧୮୮୮ ଟଙ୍କାରେ କିଣାଯିବ। ଏନେଇ ଓଡ଼ିଶା ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Leave A Reply

Your email address will not be published.