Latest Odisha News

BREAKING NEWS

ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ: ଖରାଦିନେ ହେବନି ବିଜ୍ୟୁତ କାଟ୍

ଭୁବନେଶ୍ୱର: ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ। ଖରାଦିନେ କଟିବନି ଲାଇନ। ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ୍। ଖରାଦିନେ ହେବନି ବିଦ୍ୟୁତ୍ କାଟ। ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ମନ୍ତ୍ରୀ କହିଛନ୍ତି ଯେ, ୧୦ ପୌରାଞ୍ଚଳ ହିଟୱେଭ୍ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇସାରିଛି। ୩୦ ଜିଲ୍ଲା ଓ ଟ୍ଵିନ୍ ସିଟି ପାଇଁ ମଧ୍ୟ ଯୋଜନା କରାଯାଇଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରୋଲ ରୁମ୍ ଖୋଲିଛି। ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭ୍ ସାମିଲ ହେବ। ଏଥିପାଇଁ ୧୬ତମ ଅର୍ଥ କମିଶନ ସୁପାରିଶ କରିଛନ୍ତି।

ତେବେ ରାଜ୍ୟ ଓ ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି । ଗୃହରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ବିଭାଗମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି।

Comments are closed.