Latest Odisha News

ବିଧାୟକ ପାଣ୍ଠିରୁ କିଣାଯିବ ମାସ୍କ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏଭଳି ସ୍ଥିତିରେ କିପରି ମହାମାରୀକୁ ରୋକାଯିବ ତାଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଲକଡାଉନ ସହ ମାସ୍କ ଓ ସାମାଜିକ ଦୂରତା ନିୟମକୁ ମାନିବାକୁ ପରାର୍ଶ ଦେଇଛନ୍ତି ସରକାର । ତେବେ କରୋନା ଭଳି ମହାମାରୀ ସମୟରେ ସଚେତନତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଶେଷକରି ମାସ୍କ ବାଣ୍ଟିବା ଲାଗି ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରାଯାଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅତୀତରେ ଓଡ଼ିଶା ଅନେକ ଆହ୍ବାନକୁ ଦୃଢତାର ସହ ମୁକାବିଲା କରିଛି ଏବଂ ସମସ୍ତଙ୍କ ସହଯୋଗରେ କୋଭିଡ ଲଢେଇରେ ଓଡ଼ିଶା ସଫଳ ହେବ । ବିଧାୟକମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି । ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାରର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.