Latest Odisha News

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ସରକାରଙ୍କ ଚିଠି

ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ କଲେ ତାଗିଦ୍ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ପଦକ୍ଷେପ ନିଆଯାଇଛି।

ସୂଚନାନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟମାନଙ୍କରେ ତଥା ବ୍ଳକ, ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରାଯିବ। ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌରସଂସ୍ଥା ଓ ସ୍ବୟଂଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ। ଯେଉଁ ଅଧିକାରୀ ଏହାର ଖିଲାପ କରିବେ ତାଙ୍କୁ ତାଗିଦ୍ କରାଯିବା ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ।

Comments are closed.