ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ । ଏନେଇ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଛାତ୍ରୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ… ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି ଆଇନ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ଏବଂ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ ବୋଲି କହିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ।
ରାଜ୍ୟପାଳଙ୍କ ସହ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଲୋକସଭା ବିରୋଧୀଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଧ୍ୟ ଏକ୍ସ ରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ।
Shattered to learn of the untimely loss of a young student from Fakir Mohan Autonomous College. Her passing is not just a tragedy—it is a stark reminder of the urgent need to safeguard our campuses.
The law will take its toughest course. Those responsible will face…
— Dr. Hari Babu Kambhampati (@DrHariBabuK) July 15, 2025
ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁଲଗାଇ ଆତ୍ମାହୁତି ଦେଇଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି ୩ ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । ତାଙ୍କ ଶରୀରର ୯୫ ଭାଗ ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ବର୍ଣ୍ଣ ୟୁନିଟ୍ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଚିକିତ୍ସା ଚଳାଉଥିଲେ । ଏପରି କି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା । ସବୁ ଚେଷ୍ଟା ସତ୍ତ୍ୱେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ସୌମ୍ୟାଶ୍ରୀ ।
ଆଜି ସୌମ୍ୟାଶ୍ରୀଙ୍କ ପଳାସିଆ ଗାଁ ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଝିଅକୁ ହରାଇ ସ୍ଥାଣୁ ପାଲଟିଯାଇଛି ସମଗ୍ର ପରିବାର ଓ ପରିଜନ ।
Comments are closed.