Latest Odisha News

BREAKING NEWS

Governor Meets Naveen: ନବୀନଙ୍କୁ ଭେଟିଲେ ରାଜ୍ୟପାଳ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି ।

ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ ଯାଇ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ୧୦ ମିନିଟ୍ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ ।

ଗତ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଡିହ୍ରାଇଡେସନ ସମସ୍ୟା ଯୋଗୁ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନ ନିବାସରେ ବିରୋଧୀ ଦଳ ନେତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ ।

Comments are closed.