Latest Odisha News

BREAKING NEWS

ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ୫୦ ଲକ୍ଷର ବୀମା ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କରୋନାଭାଇରସ ସହ ଲଢୁଥିବା ଯୋଦ୍ଧାଙ୍କ ପାଇଁ ୫୦ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଆଜି ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ସ୍ୱାସ୍ଥ୍ୟ କର୍ମୀଙ୍କୁ ଧନ୍ୟବାଦ ଜଣାଇ ତାଙ୍କର ସାମ୍ବାଦିକ ସମ୍ମିଳନୀ ଆରମ୍ଭ କରିଛନ୍ତି । କରୋନା ମଧ୍ୟରେ ଅର୍ଥମନ୍ତ୍ରୀ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।

କରୋନାଭାଇରସର ମୁକାବିଲା କରୁଥିବା ଦେଶର ପ୍ରତ୍ୟେକ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ୫୦ଲକ୍ଷ ଟଙ୍କାର ବୀମା ଦେବା ପାଇଁ ଘୋଷଣା କରାଯାଇଛି । ଏହାଦ୍ୱାରା ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ଲାଭ ମିଳିବ । ପାଖାପାଖି ୨୦ଲକ୍ଷ ସ୍ୱାସ୍ଥ୍ୟ କର୍ମୀ ଏହାଦ୍ୱାରା ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.