Latest Odisha News

BREAKING NEWS

ବାତିଲ ହେଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ : ବାତିଲ ହେଲା ସିବିଏସଇର ଦ୍ବାଦଶ ଶ୍ରେଣୀ ପରୀକ୍ଷା । ଏବର୍ଷ ହେବନି ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା । ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷା ବୈଠକ ପରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଆଯାଉଛି । ତେଣୁ ଏ ଦିଗରେ କୌଣସି ସାଲିସ୍ କରାଯିବନାହିଁ । କରୋନା ମହାମାରୀ ଭଳି ସଙ୍କଟ ଜନକ ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ସହ ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ଲାଗି ରହିଥିବା ଦ୍ବନ୍ଦ୍ବରେ ପୂର୍ଣ୍ଣଚ୍ଛେଦ ପଡ଼ିଛି ।

ଏହାସହ ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ହେବେ, କୋଭିଡ ସ୍ଥିତି ସୁଧୁରିଲେ ସେମାନଙ୍କୁ ପରୀକ୍ଷା ପାଇଁ ସୁଯୋଗ ଦିଆଯିବ । ପୂର୍ବରୁ ସିବିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୪ରୁ ଜୁନ୍‌ ୭ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ମେ’ ୪ରୁ ଜୁନ ୧୫ ମଧ୍ୟରେ ହେବ ବୋଲି ପୂର୍ବରୁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ କରୋନାର ଦ୍ୱିତୀୟ ଲହରୀ ପାଇଁ ଉଭୟ ପରୀକ୍ଷାକୁ ବାତିଲ କରାଯାଇଛି ।

Leave A Reply

Your email address will not be published.