Latest Odisha News

ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ବର ଓ ଗଞ୍ଜାମରେ ଛୁଟି ବାତିଲ୍

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ବର ଓ ଗଞ୍ଜାମରେ କର୍ମଚାରୀଙ୍କ ଛୁଟି ବାତିଲ୍ ହୋଇଛି। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ।

ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍ ରହିବ। ଏପରିକି ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। ଏପରିକି ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ସେ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

 

 

Comments are closed.