Latest Odisha News

BREAKING NEWS

ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ଗ୍ରୀନ୍ ସିଗ୍‌ନାଲ

କଟକ: ରାଜ୍ୟରେ ଖୁବ୍‌ଶୀଘ୍ର ଖୋଲିବ ମନ୍ଦିର । ଏନେଇ ହାଇକୋର୍ଟଙ୍କ ପକ୍ଷରୁ ମିିଳିଛି ଗ୍ରୀନ୍ ସିଗ୍‌ନାଲ । କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ଅନ୍ୟସ୍ଥାନରେ ମନ୍ଦିର ଖୋଲିପାରିବ  । ହାଇକୋର୍ଟରେ ପୁରୀ ଶ୍ରୀମନ୍ଦିର ସହିତ ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାର ଶୁଣାଣି କରି ଏଭଳି ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜ୍ୟ ସରକାର ଚୂଡାନ୍ତ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍‌ ଗାଇଡ୍ ଲାଇନ୍ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିର ସମେତ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଥିଲା । ତେବେ ଆଜି ଏହି ପ୍ରସଙ୍ଗରେ ହାଇକୋର୍ଟ ଶୁଣାଣି କରି ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଦେଖି ମନ୍ଦିର ଓ ଧର୍ମାନୁଷ୍ଠାନଗୁଡିକ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଥିଲେ । ମନ୍ଦିର ଭିତରକୁ କୌଣସି ବାହାର ଲୋକ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା ।

Leave A Reply

Your email address will not be published.