Latest Odisha News

BREAKING NEWS

ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଆଜି ପୂର୍ବାହ୍ନରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । ମୋଟ ୫୧ ଗୋଟି ଅଭିଯୋଗ ପତ୍ର ମିଳିଥିବା ବେଳେ ତତକ୍ଷଣାତ ଗୋଟିଏ ଅଭିଯୋଗର ସମାଧାନ କରାଯାଇଥିଲା । ଅନ୍ୟ ଗୁଡିକ ଶୁଣାଣୀ ପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିମିତ୍ତ ବିଭିନ୍ନ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇଥିଲା ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ ପି ମିହିର ପ୍ରସାଦ ପଣ୍ଡା, ପୁରୀ ତହସିଲଦାର  କ୍ଷୀରୋଦ ବେହେରା, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଇତିଶ୍ରୀ ନାୟକ ଓ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.