ଭୁବନେଶ୍ବର: ବାଲେଶ୍ୱର ସହରରେ ବିଳମ୍ବିତ ରାତିରେ ଏକ ଶୋଭାଯାତ୍ରା ସମୟରେ ଦରଘା ମଇଦାନ ନିକଟରେ ଦୁଇଟି ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି।
ଅପରପକ୍ଷରେ ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲା। ଆଉ ଏହି ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଥିବା ଜଣାପଡିଛି।
ତେବେ ଘଟଣାର କାରଣ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ।
