Latest Odisha News

ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ

ଯାଜପୁର: ଜିଏସଟି ତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍ । ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ ହୋଇଛି ।

ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ସୂଚନା ରହିଛି । ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି ।

ସୂଚନାଯୋଗ୍ୟ, ଜଣେ ଡିଲରଙ୍କ ଠାରୁ ଜବତ ହୋଇଥିବା ସ୍କ୍ରାପକୁ ବିନୟ ଅନ୍ୟତ୍ର ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି । ଯାହାଦ୍ଵାରା ସରକାରଙ୍କର ପ୍ରାୟ ୫ କୋଟି ୮୫ ଲକ୍ଷ ଟଙ୍କାର ରାଜସ୍ଵ ହାନି ଘଟିଥିବା ଖବର ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ କରାଯାଇଛି ।

Comments are closed.