ଭୁବନେଶ୍ୱର: ରାଜ୍ୟରେ ‘ଗାର୍ଡ ଅଫ୍ ଅନର’/ ହାଉସ ଗାର୍ଡ ବ୍ୟବସ୍ଥା ଉଚ୍ଛେଦ କରିବା ଳାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ ଏଥର କେବଳ ସାଧାରଣତନ୍ତ୍ର ଦିବସ, ସ୍ୱାଧୀନତା ଦିବସ ଏବଂ ଉତ୍କଳ ଦିବସ ପାଳନ ଅବସରରେ ନିମନ୍ତ୍ରିତ ମୁଖ୍ୟ ଅତିଥିଙ୍କୁ ‘ଗାର୍ଡ ଅଫ୍ ଅନର’ ପ୍ରଦାନ କରାଯାଇପାରିବ ।
ତେବେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ମୁଖ୍ୟ ବିଚାରପତି ଓ ଅନ୍ୟ ବିଚାରପତିଙ୍କ କ୍ଷେତ୍ରରେ ଏହା ପୂର୍ବଭଳି କାର୍ଯ୍ୟକାରୀ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍ ଅନର’/ ‘ହାଉସ ଗାର୍ଡ’ ବ୍ୟବସ୍ଥା ଉଚ୍ଛେଦ ହେବ ।
Comments are closed.