Latest Odisha News

BREAKING NEWS

Habisha Brata: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ..

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରାଯିବ।

ଏଥିପାଇଁ ବିଭିନ୍ନ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯିବ। ହବିଷ୍ୟାଳୀ ମାଆ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଛନ୍ତି । ମାଆ ମାନଙ୍କର ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା ସହ ଚିକିତ୍ସା, ପରିମଳ, ପାନୀୟ ଜଳ, ସ୍ୱଛାସେବୀ ସହଯୋଗର ମଧ୍ୟ ବ୍ୟବସ୍ଥା କରାଯିବ। ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି।

ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ଵେଛାସେବୀମାନେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବେ। ତେବେ ଆୟୋଜିତି ବୌଠକରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.