Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ହାଲ୍ କର୍ମଚାରୀ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ସେମିଳିଗୁଡା ଥାନା ଅନ୍ତର୍ଗତ ଜନିଗୁଡା-ନନ୍ଦପୁର ନିକଟରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ବୁଧବାର ଦିନ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍(ହାଲ୍)ର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।

ମୃତକ ଜଣକ ସୁନାବେଡାର ଘନଶ୍ୟାମ ନାୟକ ବୋଲି ଜଣାପଡିଛି ।

ପ୍ରାପ୍ତ ସୂଚନାନୁଯାୟୀ ଘନଶ୍ୟାମ ଏକ ବାଇକ ଯୋଗେ ଜନିଗୁଡା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।

Leave A Reply

Your email address will not be published.