Latest Odisha News

BREAKING NEWS

ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବରିଷ୍ଠ ବିଜେଡି ନେତା ହରିଶ୍ଚନ୍ଦ୍ର ପଣ୍ଡାଙ୍କ ପତ୍ନୀ ପୂଜା ପଣ୍ଡା (୩୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନୂଆପଡ଼ା ସହର ମତଗୁଡ଼ିପଡ଼ାରେ ରବିବାର ରାତିରେ ଏକ ବେଲ ଗଛରେ ଝୁଲୁଥିବା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରିଛି ପୋଲିସ ।

ରାତି ପ୍ରାୟ ୯ଟାରେ ଅତିରିକ୍ତ ଏସପି ରଞ୍ଜିତ ନାଏକ ଓ ନୂଆପଡ଼ା ଆଇଆଇସି ଗଙ୍ଗାଧର ମେହେର ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲେ । ମୃତହେଦକୁ ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଆତ୍ମହତ୍ୟା ନା ହତ୍ୟା ତାହା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ସ୍ପଷ୍ଟ ହେବ ।

Leave A Reply

Your email address will not be published.