ନିମାପଡ଼ା : ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ହୋଇଛି ଯୁକ୍ତ ୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ପୁରୀ ଜିଲ୍ଲା ନିମାପଡ଼ା ଗୁହାଳପଡା କୋଡ଼ ରୋଡ଼ ସ୍ଥିତ ସାଇ ବିଦ୍ବାନ କୋଚିଂ ସେଣ୍ଟରରେ ପାଠ ପଢୁଥିବା ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲରୁ ଉଦ୍ଧାର କରିଛି ନିମାପଡ଼ା ପୋଲିସ । ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଥିବା ବେଳେ, ଗୋଟିଏ ଗୋଡ ଖଟରେ ଓ ଅନ୍ୟ ଏକ ଗୋଡ଼ ତଳେ ଲାଗିଥିବା ଦେଖିବାକୁ ମିଳିଛି । ମୃତ ଛାତ୍ରୀ ହେଲେ କୋଣାର୍କ ବାଲି ଦୋକାନ ନିକଟସ୍ଥ ବୁବୁଆ ଗ୍ରାମର ସ୍ମୃତି ଛନ୍ଦା ସ୍ବାଇଁ । ମୃତକଙ୍କ ପରିବାର ପକ୍ଷରୁ ନିମାପଡ଼ା ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.