Latest Odisha News

BREAKING NEWS

‘ଗୁରୁ ଦିବସ’ ଅବସରରେ ଶୁଭେଚ୍ଛା ଜଣାଇଲେ ମୋଦୀ ଓ ନବୀନ

ଭୁବନେଶ୍ୱର : ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଆମ ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ । ଏହିଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକି୍ରଷ୍ଣନ ।

ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଅଭିବାଦନ ଜଣାଇଛନ୍ତି ।

ସେହିପରି ଗୁରୁ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ଡଃ ସର୍ବପଲ୍ଲୀ ରାଧାକି୍ରଷ୍ଣନଙ୍କ ସମ୍ମାନର୍ଥେ ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇ ଆସୁଅଛି ।

Leave A Reply

Your email address will not be published.