ଦାନ୍ତେଓ୍ୱାଡ଼ା: ଛତିଶଗଡ ଦାନ୍ତେୱାଡା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଦାନ୍ତେୱାଡା ଏସପି ଅଭିଷେକ ପଲ୍ଲଭ । ମୃତ ନକ୍ସଲର ନାଁ କୋଷା । ୧୫ ବର୍ଷ ହେବ ସେ ନକ୍ସଲ ସଂଗଠନ ପାଇଁ କାମ କରୁଥିଲା । ତା ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ ସରକାର ।
ଗୁଇନ୍ଦା ସୂଚନା ଆଧାରରେ ଦାନ୍ତେଓ୍ୱାଡାର ନିଲାବାୟା ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ଖବର ପାଇଁ କମ୍ବିଂ ଅପରେସନ୍ ଆରମ୍ଭ କରିଥିଲେ ସୁରକ୍ଷାବାହିନୀ । ଏତିକିବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ । ପ୍ରାୟ ଦୁଇ ଘଣ୍ଟା ଧରି ଉଭୟ ପକ୍ଷ ମଧ୍ୟରେ ଚାଲିଥିଲା ଗୁଳି ବିନିମୟ ।
ସୁରକ୍ଷାବାହିନୀକୁ ସାମନା କି ନପାରି ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ । ଘଟଣାସ୍ଥଳରେ ବନ୍ଧୁକ, ଲ୍ୟାଣ୍ଡମାଇନ୍ ଓ ବହୁ ମାଓ ସାମଗ୍ରୀ ଜବତ ହୋଇଛି । ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ସୁରକ୍ଷାବାହିନୀ ।
Comments are closed.