Latest Odisha News

BREAKING NEWS

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ପୁରୀ : ହରିହର ବେଶରେ ସୁସଜ୍ଜିତ ବଡ଼ଠାକୁର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି | ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ । ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି ବଡ଼ଠାକୁର। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଏବଂ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତଗଣ ଆତ୍ମତୃପି ଲାଭ କରିଛନ୍ତି |

Leave A Reply

Your email address will not be published.