Latest Odisha News

BREAKING NEWS

School Wall Collapse:ସ୍କୁଲ ପାଚେରୀ ପଡ଼ି ୨ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପ୍ରଧାନଶିକ୍ଷକ ନିଲମ୍ବିତ,ଠିକାଦାରଙ୍କ ନାଁରେ…

ଗଜପତି:ରୁବୁଡିସିଂ ସ୍କୁଲ ପାଚେରୀ ପଡ଼ି ଦୁଇ ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଏହି ଘଟଣାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ବେତ ରାଇକାଙ୍କୁ ନିଲମ୍ବିତ କରାଯାଇଛି । ଏଥିସହ ବିଦ୍ୟାଳୟ କୋଠା କାମ କରୁଥିବା ଠିକାଦାର ପ୍ରମିଳା ପୂଜାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କ ସମୀକ୍ଷା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ଏଥିସହ ୭ ଦିନ ମଧ୍ୟରେ ଜିଲ୍ଲା ସ୍ତରୀୟ ଅଧିକାରୀ ସମ୍ପୃକ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଶିଶୁ ସୁରକ୍ଷା ଆୟୋଗ ଅଧକ୍ଷା । ଏଥିସହ ବିଦ୍ୟାଳୟର ପାଚେରୀ କିମ୍ବା ଗେଟ୍ ଏବଂ କୋଠାର ମରାମତି ଶୀଘ୍ର କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଥାଉକି, ଗତ ବୁଧବାର ନୂଆଗଡ ବ୍ଲକ ରୁବୁଡିସିଂ ପ୍ରାଥମିକ ବିଦ୍ୟାଳୟରେ ଖେଳୁଥିବାବେଳେ ପାଚେରୀ ଭୁଶୁଡି ୨ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଆରଡିସି ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିସହ ମୃତ ଛାତ୍ରୀଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.