ଭୁବନେଶ୍ୱର: କଞ୍ଚା ଅମୃତଭଣ୍ଡା ଆମ ଶରୀର ପାଇଁ ଖୁବ୍ ହିତକାରୀ। ଏଥିରେ ଭିଟାମିନ୍ ଏ,ସି ଓ ଇ ଭରପୂର ମାତ୍ରାରେ ଥାଏ। କରୋନାର ଏହି ଜଟିଳ ପରିସ୍ଥିତିରେ ଆମ ଶରୀରକୁ ଭିଟାମିନର ଆବଶ୍ୟକତା ଅନେକ ରହିଛି ।
ଅମୃତଭଣ୍ଡା ଆମ ଶରୀରର ରୋଗ ପ୍ରତିଷେଧକ ଶକ୍ତିକୁ ମଜଭୁତ୍ କରିଥାଏ। ଲିଭରକୁ ସୁସ୍ଥ ରଖିବାରେ କଞ୍ଚା ଅମୃତଭଣ୍ଡା ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ।
ଜଣ୍ଡିସ୍ ହେଲେ ଲିଭର୍ ଦୁର୍ବଳ ହୋଇଯାଏ। ସେଥିପାଇଁ କଞ୍ଚା ଅମୃତଭଣ୍ଡାକୁ ସାଲାଡ୍ ଭାବେ ରୋଗୀକୁ ଖାଇବାକୁ ଦିଆଯାଏ। ଏହା ଦ୍ୱାରା ରୋଗୀର ଲିଭର୍ ସୁସ୍ଥ ରହେ।
ସେହିପରି ଥଣ୍ଡା,କାଶ ଓ ଇନ୍ଫେକ୍ସନ ସହିତ ବି ଲଢ଼ିଥାଏ କଞ୍ଚା ଅମୃତଭଣ୍ଡା। ପରିସ୍ରା ସଂପର୍କିତ ସମସ୍ୟାଗୁଡ଼ିକ କଞ୍ଚା ଅମୃତଭଣ୍ଡା ଖାଇବା ଦ୍ୱାରା ଦୂର ହୋଇଥାଏ।
ଶରୀରକୁ ବ୍ୟାକ୍ଟେରିଆ ସଂକ୍ରମଣରୁ ରକ୍ଷା କରିବାରେ ସହାୟକ ହୋଇଥାଏ କଞ୍ଚା ଅମୃତଭଣ୍ଡା।
କୋଷ୍ଠକାଠିନ୍ୟର ଶିକାର ବ୍ୟକ୍ତିମାନେ ନିଜ ଖାଇବାରେ କଞ୍ଚା ଅମୃତଭଣ୍ଡାକୁ ନିଶ୍ଚିତ ସାମିଲ କରନ୍ତୁ। କାରଣ ଅମୃତଭଣ୍ଡାରେ ପୈପିନ ନାମରେ ଏକ ଏନ୍ଜାଇମ୍ ଥାଏ। ଏହା ପ୍ରାକୃତିକ ଉପାୟରେ କୋଷ୍ଠକାଠିନ୍ୟକୁ ଭଲ କରିବାରେ ସହାୟକ ହୋଇଥାଏ।
Comments are closed.