Latest Odisha News

ତୃତୀୟ ଲହରର କାରଣ ହୋଇପାରେ ଲାମ୍ବଡ଼ା ଓ ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ

ଭୁବନେଶ୍ବର : ତୃତୀୟ ଲହରର କାରଣ ହୋଇପାରେ ଲାମ୍ବଡ଼ା ଓ ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ । ଏହା ଉପରେ ସରକାରଙ୍କୁ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ତ୍ରିପୁରାରେ ୯୦ ପ୍ରତିଶତ ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ ରୋଗୀ ଚିହ୍ନଟ ହେଲେଣି । ବର୍ତ୍ତମାନ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ମଧ୍ୟ ବଢ଼ିବାରେ ଲାଗିଲାଣି । ଯେହେତୁ ଗୋଟିଏ ରାଜ୍ୟରେ ବଢୁଛି, ତେଣୁ ଅନ୍ୟ ରାଜ୍ୟକୁ ଏହା ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ । ଏଥିପାଇଁ କୋଭିଡ ଗାଇଡ଼ ଲାଇନ କଡାକଡି ଭାବେ ଅନୁପାଳନ କରିବାର ଆବଶ୍ୟକ ରହିଛି ବୋଲି କହିଛନ୍ତି ଡାକ୍ତର ନିରୋଜ ମିଶ୍ର ।

ସେହିପରି କଟକ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, ପୁରୀ ଭଳି ଜିଲ୍ଲାରେ ସଂକ୍ରମଣ କମୁନାହିଁ । ଏହି ଜିଲ୍ଲାରେ କୋଭିଡ ନିୟମକୁ କଡାକଡି ଲାଗୁ କରାଯିବା ଦରକାର । ଲାମ୍ବଡା ଭ୍ୟାରିଆଣ୍ଟ ଦକ୍ଷିଣ ଆମେରିକାର ଚିଲିରେ ଅଧିକ ଚିହ୍ନଟ ହୋଇଥିଲେ । ମାତ୍ର ଏହି ଭ୍ୟାରିୟଣ୍ଟ ଦ୍ବାରା ପେରୁରେ ଅଧିକ ମୃତ୍ୟୁ ହୋଇଛି । ଗତବର୍ଷ ସେପ୍ଟେମ୍ବରରେ ଏହା ଦେଖା ଯାଇଥିଲେ । ଯେହେତୁ ବର୍ତ୍ତମାନ ୟୁକେରେ ଏହା ଦେଖା ଗଲାଣି, ଆଉ ୟୁକେରୁ ଭାରତକୁ ଅଧିକ ଲୋକ ଯାତାୟାତ କରୁଛନ୍ତି । ତେଣୁ ଏହା ଉପରେ ସତର୍କ ଦୃଷ୍ଟି ରଖିବା ଦରକାର ବୋଲି କହିଛନ୍ତି ଡାକ୍ତର ନିରୋଜ ମିଶ୍ର ।

Leave A Reply

Your email address will not be published.