ଭୁବନେଶ୍ଵର: ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ ଅନୁମୋଦନ ଦେଇଛନ୍ତି ।
ଏହି ନିଯୁକ୍ତି ମାଧ୍ୟମରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ ଓ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ମାନବ ସମ୍ପଦର ଅଭାବ କମିବା ସହିତ ରୋଗୀମାନଙ୍କୁ ଉନ୍ନତ ଏବଂ ସମୟୋପଯୋଗୀ ସେବା ଯୋଗାଇ ଦିଆଯାଇପାରିବ । ନବନିଯୁକ୍ତ ନର୍ସିଂ ଅଫିସରମାନେ ରୋଗୀ ସେବାରେ ମୁଖ୍ୟ ଭୂମିକା ନିଭାଇବେ ଓ ରେଡିଓଗ୍ରାଫରମାନେ ନିଦାନତ୍ମକ ସେବାକୁ ଆହୁରି ସୁଦୃଢ଼ କରିବେ ।
ଏହି ଅନୁମୋଦନ ପରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସର୍ବଦା ଲୋକଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହି ନିଯୁକ୍ତି ଦ୍ୱାରା ରୋଗୀ ସେବା ଉନ୍ନତ ହେବା ସହିତ ସ୍ୱାସ୍ଥ୍ୟ ପ୍ରଣାଳୀ ଆହୁରି ସକ୍ଷମ ହେବ ।
ବିଭାଗ ପକ୍ଷରୁ ଶୀଘ୍ର ନର୍ସିଂ ଅଫିସର ଏବଂ ରେଡିଓଗ୍ରାଫରମାନଙ୍କ ନିଯୁକ୍ତି ନିୟମାବଳୀ ଯେପରି ପରୀକ୍ଷା, ପ୍ରଶିକ୍ଷଣ, ପୋଷ୍ଟିଂ ଗୁଡିକ ବିଭାଗ ପକ୍ଷରୁ ଖୁବ ଶୀଘ୍ର ପ୍ରକାଶ କରାଯିବ ।
BREAKING NEWS
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…
- ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
- ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି
- Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବଞ୍ଚାଇ ଦେଲା!
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର

Comments are closed.