Latest Odisha News

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ୍ ଅନର, ଜନ୍ମ ମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଶେଷ ଯାତ୍ରାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗାର୍ଡ ଅଫ୍ ଅନର ଦିଆଯାଇଛି । ଏନେଇ ଭୁବନେଶ୍ବର ବିମାନ ବନ୍ଦରେ ପହଞ୍ଚିଛି ନବ ଦାସଙ୍କ ପାର୍ଥିବ ଶରୀର । ସେଠାରୁ ନିଜ କର୍ମମାଟି ଝାରସୁଗୁଡ଼ାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ନବ ଦାସଙ୍କ ମୃତ୍ୟୁ ପରେ ୩ ଦିନିଆ ଶୋକ ପାଳନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ନବ ଦାସଙ୍କୁ ଶେଷ ଦର୍ଶନ କରିବା ନିମେନ୍ତ ଭୁବନେଶ୍ୱର ବାସଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇବା ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ  । ଏଥିସହ ରାଜ୍ୟପାଳ ଗଣେଶୀ ଲାଲ୍‌ ମଧ୍ୟ ପହଞ୍ଚି ନବ ଦାସଙ୍କୁ ଶେଷ ଦର୍ଶନ  କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ  । ସେହିପରି ଭୁବନେଶ୍ୱର ବାସଭବନରେ ନବ ଦାସଙ୍କୁ ଓଡ଼ିଶା ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି  ।

 

ତେବେ ଝାରସୁଗୁଡ଼ାରେ ନବ ଦାସଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର । ଶେଷକୃତ୍ୟ ସମ୍ପନ୍ନ ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଜଣ ମନ୍ତ୍ରୀ ଉପସ୍ଥିତ ରହିବେ । ସେମାନେ ହେଲେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟୁକୁନି ସାହୁ ।ଗତକାଲି ବ୍ରଜରାଜନଗରର ଗାନ୍ଧୀ ଛକ ନିକଟରେ ତାଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି କର୍ମୀମାନେ ଭିଡ଼ ଜମାଇଥିଲେ ।

ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ତାଙ୍କ ସମର୍ଥକ ଫୁଲମାଳ ପିନ୍ଧାଇବା ବେଳେ ହଠାତ୍ ଶୁଭିଥିଲା ଗୁଳିର ଶବ୍ଦ । କେହି କିଛି ବୁଝିବା ପୂର୍ବରୁ ଛାତିରେ ହାତ ଦେଇ ଟଳି ପଡ଼ିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ । ନବଦାସଙ୍କୁ ଗୁଳି ମାରିଥିଲେ ଏଏସ୍ଆଇ ଗୋପାଳ ଦାସ । ନିଜ ରିଭରଭରରେ ମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇଥିଲେ । ପରେ ତାଙ୍କୁ ଲୋକେ କାବୁ କରି ପୋଲିସ ହାତରେ ଧରାଇଥିଲେ ।

 

Leave A Reply

Your email address will not be published.