Latest Odisha News

BREAKING NEWS

କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳ, ମେଡିକାଲ କଲେଜ, ମ୍ୟୁନିସିପାଲ କମିଶନରଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ।

ତୃତୀୟ ଲହରକୁ ନଜରରେ ରଖି ବିଶେଷ ବ୍ୟବସ୍ଥା କରିଛି ସ୍ବାସ୍ଥ୍ୟ ବିଭାଗ । ଖାସକରି ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ତେଣୁ ସମସ୍ତ ଡାକ୍ତର ଓ ନର୍ସଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇଛି । ଆଇସୋଲେସନ ବେଡ୍, ସିଏଚସିୟୁ ବେଡ୍ ବହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାଛଡ଼ା ପିଆଇସିୟୁରେ ୯୪ଟି, ଏଚଡିୟୁରେ ୮୪ଟି ବେଡ୍ ପ୍ରସ୍ତୁତି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ଏହି ସମସ୍ତେ କୋଭିଡ ନିୟମ ମାନିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।

Leave A Reply

Your email address will not be published.