Latest Odisha News

ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ ।

ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଭାରତ ସରକାରଙ୍କ ସହ ଏମଓୟୁ ହେବ, ସେନେଇ ପ୍ରସ୍ତୁତି ଚାଲିଛି ।

ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ୬୭ ଲକ୍ଷ ପରିବାର ଆୟୁଷ୍ମାନ ଯୋଜନାରେ ଅନ୍ତର୍ଭୁକ୍ତ ହେବେ । ବଳକା ଅନ୍ୟ ପରିବାର ଗୋପବନ୍ଧୁ ଯୋଜନାରେ ସୁବିଧା ପାଇବେ । ପ୍ରତ୍ୟେକ ପରିବାରକୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ମିଳିବ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ୨୭ ହଜାରରୁ ଅଧିକ ହସ୍ପିଟାଲରେ ଏହି କାର୍ଡ କାମ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.