ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା କରୁଥିବା ସ୍ୱାସ୍ଥ୍ୟକର୍ମୀ ମଧ୍ୟ ସଂକ୍ରମିତ ହେଉଛନ୍ତି । ଏହାକୁ ଦେଖି ରାଜ୍ୟରେ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ନିର୍ମାଣ କରିବାକୁ ପାଇଁ ନିଷ୍ପତ୍ତି ହୋଇଛି । ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ ଦ୍ୱାରା ସଂକ୍ରମଣ ରୋକିହେବ । ସ୍ୱାସ୍ଥ୍ୟକର୍ମୀ ୧୪ ଦିନ କାମ କରିବେ, ୧୪ ଦିନ କ୍ୱାରେଣ୍ଟାଇନରେ ରହିବେ । ଏଥିପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ଡାକ୍ତରଙ୍କ ରହିବା ଠାରୁ ଆରମ୍ଭ କରି ଖାଇବା ପର୍ୟ୍ୟନ୍ତ ସମସ୍ତ ବ୍ୟବସ୍ଥା କରାଯାଇଛି । ଫଳରେ ସଂକ୍ରମଣର ଭୟ ରହିବ ନାହିଁ ବୋଲି କହିଛନ୍ତି ଉନ୍ନୟନ କମିଶନର ସୁରେଶ ମହାପାତ୍ର ।
ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଓ ଜିଲ୍ଲାଗୁଡ଼ିକରେ ମୋଟ ୩୫ଟି କୋଭିଡ୍ ହସ୍ପିଟାଲ୍ ତିଆରି ହେଉଛି । ୨୪ଟି ହସ୍ପିଟାଲ କାର୍ୟ୍ୟକ୍ଷମ ହୋଇ ସାରିଥିବା ବେଳେ ଆସନ୍ତା ୨୦ ତାରିଖ ମଧ୍ୟରେ ଅନ୍ୟ ୧୧ଟି ହସ୍ପିଟାଲ କାର୍ୟ୍ୟକ୍ଷମ ହେବ । ପଜିଟିଭ୍ କେସ୍ ଆସିନଥିବା ଜିଲ୍ଲାରେ ମଧ୍ୟ କୋଭିଡ୍ ହସ୍ପିଟାଲ ନିର୍ମାଣ ହେଉଛି । କେନ୍ଦୁଝର ଜିଲ୍ଲାର ଡୁବୁରୀ ସହିତ ତିନୋଟି କୋଭିଡ୍ ହସ୍ପିଟାଲକୁ ଟାଟା ନିଜ ଅର୍ଥରେ ପରିଚାଳନା କରୁଛି । ଟାଟାର ଏହି କାର୍ୟ୍ୟ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଟାଟାକୁ ଧନ୍ୟବାଦ ଜଣାଇଛନ୍ତି ।
ରାଜ୍ୟରେ ସଂକ୍ରମଣ ହାର୍ କମ୍ ରହିଛି । ରାଜ୍ୟରେ ଟେଷ୍ଟିଂ କାପାସିଟି ବଢ଼ିଛି । ବସ୍ତିବାସିନ୍ଦା, ସ୍ୱାସ୍ଥ୍ୟ କର୍ମଚାରୀ, ଦୋକାନୀ, ଲକ୍ଷଣ ନଥିବା ଲୋକଙ୍କୁ ମଧ୍ୟ ଟେଷ୍ଟ କରାଯିବ । ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଯେତେଶୀଘ୍ର ସଂକ୍ରମିତ ଚିହ୍ନଟ ହେବେ ସେତେ ଭଲ ହେବ ବୋଲି ସୁରେଶ ମହାପାତ୍ର କହିଛନ୍ତି ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.