ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଯୋଡି ହେଲା ଆଉ ଏକ ନୂତନ ଅଧ୍ୟାୟ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ।
ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି । ଏଥିରେ ୪୧୯ଟି ପୁରୁଣା ଆମ୍ବୁଲାନ୍ସ, ୨ଟି ଦୁର୍ଘଟଣାରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ । ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ । ତେବେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି ।
କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଛି । ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-EMAS ଆମ୍ବୁଲାନ୍ସ କ୍ରୟ କରାଯାଇଛି । ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି ।
ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି । ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା ଏମରଜନ୍ସି ମେଡିକାଲ ଆମ୍ବୁଲାନ୍ସ ସର୍ଭିସ (EMAS) ଫ୍ଲିଟ୍କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗୀୟ କମିଶନର ତଥା ସଚିବ ଅଶ୍ୱତୀ ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡିଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।
<iframe width=”560″ height=”315″ src=”https://www.youtube.com/embed/WNY6ZKr3lTc?si=KQ18vlBptOZzmlbk” title=”YouTube video player” frameborder=”0″ allow=”accelerometer; autoplay; clipboard-write; encrypted-media; gyroscope; picture-in-picture; web-share” referrerpolicy=”strict-origin-when-cross-origin” allowfullscreen></iframe>