Latest Odisha News

BREAKING NEWS

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ : ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ  । ଶୁଣାଣି ଶେଷ ପରେ ହାଇକୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି  । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ଶୁଣାଣି ହୋଇଛି । ଏନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ୨୦୧୮  ମସିହାରେ ଏଏସଆଇ ପକ୍ଷରୁ  ଭଣ୍ଡାର ଗୃହର ଯେଉଁ ଯାଞ୍ଚ ହୋଇଥିଲା , ତାକୁ କୋର୍ଟ ରେ ଉତଥାପନ କରାଯାଇଥିଲା ।

ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଂଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି । ରତ୍ନ ଭଣ୍ଡାରର ସମ୍ପୂର୍ଣ୍ଣ ମରାମତି  ପାଇଁ ରତ୍ନଭଣ୍ଡାର ଖୋଲାଯିବା  ନିତାନ୍ତ ଜରୁରୀ ବୋଲି ଆବେଦନକାରୀଙ୍କ ଓକିଲ ଯୁକ୍ତି ରଖିଥିଲେ । ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ।

Leave A Reply

Your email address will not be published.