Latest Odisha News

BREAKING NEWS

ମାର୍ଚ୍ଚ ୩ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଫେବୃୟାରୀ ୨୮ରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବାକୁ ଥିବା ବେଳେ ସର୍ବାଧ‌ିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।

ଏଥିନିମନ୍ତେ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Comments are closed.