ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଗତକାଲି ଝାରସୁଗୁଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏଥିସହ ରାଜ୍ୟର କିଛି କିଛି ସ୍ଥାନର ସର୍ବୋଚ୍ଚ ଦିନ ତାପମାତ୍ରା ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିଛି। ଆଜି ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କର ଯାଇଛି। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାଣ୍ଡିଂ ଜାରି ହୋଇଛି।
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ଦିନ ତାପମାତ୍ରା ଆହୁରି ୨ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିପାରେ। ପବନ ବି ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିବ! ପରିବେଶ ମନୋରମ ରହିବ। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ଖରା, ଗରମ ବଢ଼ିବ। ଦିନ ତାପମାତ୍ରା ପରବର୍ତ୍ତୀ ୩ ଦିନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ସୂଚନା ମିଳିଛି। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ଦିନ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୧ ଡିଗ୍ରି ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
BREAKING NEWS
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…

Comments are closed.