Latest Odisha News

BREAKING NEWS

୩ ଦିନ ଉପକୂଳ ଓ ୫ ଦିନ ଯାଏ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଜଳୁଛି ଓଡ଼ିଶା, ଅସ୍ତବ୍ୟସ୍ତ ଜନଜୀବନ । ମୌସୁମୀ ଆଗମନ ବିଳମ୍ବ ହୋଇଥିବା ବେଳେ ସାରା ରାଜ୍ୟ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ,  ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବ । ୩ ଦିନ ଉପକୂଳ ଏବଂ ୫ ଦିନ ଯାଏ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

୨୪ ଘଣ୍ଟାରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ହିଟ୍ ୱେଭ୍ ନେଇ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୧୭ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କଟକ, ଖୋର୍ଦ୍ଧା, ନୂଆପଡ଼ା ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୮ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗିର, ଦେବଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ଢେଙ୍କାନାଳ, କଟକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୯ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପାଇଁ ସମ୍ବଲପୁର, ବରଗଡ଼, ସୋନପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ଢେଙ୍କାନାଳ, କଟକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୨୦ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.