Latest Odisha News

BREAKING NEWS

ଆହୁରି ୫ ଦିନ ଜଳିବ ଓଡ଼ିଶା, ପାଣିପାଗ ବିଭାଗ ଜାରି କଲା ହିଟୱେଭ୍ ଆଲର୍ଟ

ଭୁବନେଶ୍ୱର: ରଜରେ ବି ତାତିରୁ ତ୍ରାହି ନାହିଁ । ଟକମକ ହୋଇ ଫୁଟିବ ଓଡ଼ିଶା । ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଅଧିକ ରହିବ । ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଲାଗି ରହିବ ।

୨୪ ଘଣ୍ଟାରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ସେହିଭଳି ଘଡ଼ଘଡ଼ି ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୧୪ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ହିଟୱେଭ୍ ନେଇ । କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୧୫ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୬ ତାରିଖରେ ଅତ୍ୟଧିକ ଗ୍ରୀଷ୍ମପ୍ରବାହ ନେଇ ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.