Latest Odisha News

BREAKING NEWS

ଆଗାମୀ ୨ ଦିନ ପାଇଁ ଆଭ୍ୟନ୍ତରୀଣ ୮ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ! ୨୧ରୁ ମିଳିବ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର : ଆଗାମୀ ଦୁଇ ଦିନ ପାଇଁ ରାଜ୍ୟର ୮ଟି ଆଭ୍ୟନ୍ତରୀଣ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୮ଟି ଜିଲ୍ଲା ହେଲା ସୁନ୍ଦରଗଡ, ମୟୁରଭଞ୍ଜ, କେଉଁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ । ବାୟୁମଣ୍ଡଳ ଉପରି ଭାଗରେ ଏକ ଗୁରୁଚାପ ବଳୟ ଯୋଗୁଁ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି । ଫଳରେ ଆସନ୍ତା ଦୁଇ ଦିନ ତାପମାତ୍ରା ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଗୁଳୁଗୁଳି ସହ ଗରମ ଅଧିକ ଅନୂଭବ ହୋଇପାରେ।

ତେବେ ୨୧ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ଦେଖାଦେବା ସହ ତାତିରୁ ଆଶ୍ୱସ୍ତି ମିଳିବ । ଏହାକୁ ନଜରରେ ରଖି ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୨ ତାରିଖରେ ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.