Latest Odisha News

BREAKING NEWS

ଆହୁରି ଜଳିବ ଓଡିଶା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଅସହ୍ୟ ହେଲାଣି ତାତି । ସକାଳୁ ରାତି ଯାଏଁ ଅସମ୍ଭାଳ ଗରମ । ଉପକୂଳ ଠାରୁ ଉପାନ୍ତ ଯାଏଁ ଲାଗି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ । ରାଜ୍ୟକୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରୁ ପ୍ରଚୁର ମାତ୍ରାରେ ପ୍ରବେଶ କରୁଥିବା ଗରମ ଶୁଷ୍କ ପବନ ପ୍ରଭାବରେ ଏଭଳି ସ୍ଥିତି ଲାଗି ରହିଛି। ଆହୁରି ୪ଦିନ ପର୍ଯ୍ୟନ୍ତ ହିଟ୍ଓ୍ବେଭ୍ ସ୍ଥିତି ଲାଗି ରହିବ। ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି କହିଛି ପାଣିପାଗ ବିଭାଗ ।

ପ୍ରଚଣ୍ଡ ଖରା ନେଇ ମୟୁରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର, ନୁଆପଡା, ଅନୁଗୁଳ, ଯାଜପୁର, ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ, ନବରଙ୍ଗପୁର, ଦେବଗଡ, ବରଗଡ ଏବଂ ରାୟଗଡାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସିଭିୟର ହିଟ୍ଓ୍ବେଭ୍ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରାଯାଇଛି । ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ୩୦ ତାରିଖ ବେଳକୁ ରାଜ୍ୟରେ ସାମାନ୍ୟ କାଳବୈଶାଖୀ ବର୍ଷାର ପ୍ରଭାବ ଦେଖାଦେବ।

Leave A Reply

Your email address will not be published.