Latest Odisha News

ଆଉ ୩ ଦିନ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୪ ଓ ସମ୍ବଲପୁରରେ ୪୫

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାରୁ ଉପକୂଳ ସବୁଠି ତାତିର ପ୍ରକୋପ ଲାଗି ରହିଥିବା ବେଳେ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ । ପାଣିପାଗ ବିଭାଗର ଆକଳନ ଅନୁସାରେ, ଏଭଳି ଗ୍ରୀଷ୍ମ ପ୍ରବାହ ଆଉ ୩ ଦିନ ଲାଗି ରହିବ ।

ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ପାରଦ ୪୫ ଡିଗ୍ରୀ ରକେର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୪୪.୪ ଡିଗ୍ରୀ, ଭୁବନେଶ୍ୱର ହୀରାକୁଦରେ ୪୪ ଡିଗ୍ରୀ ରହିଛି । ଦିନ ୧୧ଟା ୩୦ ସୁଦ୍ଧା ସମ୍ବଲପୁର, ହୀରାକୁଦ, ଭୁବନେଶ୍ୱର ଓ ଝାରସୁଗୁଡ଼ାରେ ପାରଦ ୪୨ ଡିଗ୍ରୀ ପାର୍ ହୋଇ ସାରିଥିଲା ।

ଆଜି ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ଯାଜପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

ସେହିଭଳି ୧୮ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କେନ୍ଦୁଝର, କଟକ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଢେଙ୍କାନାଳ, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି ।

୧୯ ତାରିଖରେ ହିଟୱେଭ୍ ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ନୂଆପଡ଼ା, ନୟାଗଡ଼, ଢେଙ୍କାନାଳ, କଟକ, ମୟୂରଭଞ୍ଜ, ଖୋର୍ଦ୍ଧା, କନ୍ଧମାଳ, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝରକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୦ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସମ୍ବଲପୁର, ବରଗଡ଼, ସୋନପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୩ରୁ ୪ ଦିନ ଯାଏ ଅସହ୍ୟ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.