Latest Odisha News

କଲବଲ କରୁଛି ଖରା, ଆହୁରି ଦୁଇ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ଵର: କଲବଲ କରୁଛି ଖରା । ଆହୁରି ୨ଦିନ ଯାଏଁ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । ଆଜି ପାଇଁ ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ଅନେକ ଜିଲ୍ଲାକୁ ପ୍ରବଳ ଖରା ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଗୁଳୁଗୁଳି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

କୋରାପୁଟ ଓ ମାଲାକାନଗିରିରେ ସକ୍ରିୟ ରହିଛି ମୌସୁମି । ଆସନ୍ତା ୪ ଦିନ ଭିତରେ ଏହା ରାଜ୍ୟର ଅନ୍ୟ ଜିଲ୍ଲାକୁ ଛୁଇଁପାରେ । ଫଳରେ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ବର୍ଷା ହେଲେ ମଧ୍ୟ ଜୁନ୍ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ରହିବ ବୋଲି କହିଛି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି ।

Leave A Reply

Your email address will not be published.