ଭୁବନେଶ୍ୱର: ଆଜିଠାରୁ ଏପ୍ରିଲ ଦ୍ବିତୀୟ ସପ୍ତାହ ଶେଷ ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ତାତିରେ ଜଳିବ ଓଡ଼ିଶା । ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ । ତାପମାତ୍ରା ପ୍ରାୟ ୩-୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବ ।
ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରି କିମ୍ବା ତା ଠାରୁ ଉପରେ ରହିବ ବୋଲି ସୂଚନା ମିଳିଛି । ଏହି ସମୟରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଅତ୍ୟଧିକ ତାତିରୁ ସାମୟିକ ଆଶ୍ୱସ୍ତୀ ଆଣିପାରେ କାଳବୈଶାଖୀ । ଆସନ୍ତା ୯ରୁ ୪ ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ବି ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed.