Latest Odisha News

BREAKING NEWS

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ! ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଅସହ୍ୟ ଗରମ ଓ ଗ୍ରୀଷ୍ମ ପ୍ରବାହ। । ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଛି । ଏଣେ ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଦିନ ୧୧ଟା ସୁଦ୍ଧା ଏଠାରେ ତାପମାତ୍ରା ଥିଲା ୩୯ ଦଶମିକ ୬ ଡିଗ୍ରୀ ସେଲସିୟସ।

ସେହିପରି ଆଜି(ରବିବାର) ବାଲେଶ୍ୱରରେ ତାପମାତ୍ରା ୩୮ ଡିଗ୍ରୀ ଡିଗ୍ରୀ ସେଲସିୟସ, ଭୁବନେଶ୍ୱରରେ ୩୮ ଡିଗ୍ରୀ, ସମ୍ବଲପୁରରେ ୩୭ .୨ ଡିଗ୍ରୀ, ଗୋପାଳପୁରରେ ୩୭ ଡିଗ୍ରୀ, ଚାନ୍ଦବାଲିରେ ୩୬.୬ ଡିଗ୍ରୀ, ପୁରୀରେ ୩୬.୨ ଡିଗ୍ରୀ, କେନ୍ଦୁଝରରେ ୩୬.୨ ଡିଗ୍ରୀ, ହୀରାକୁଦରେ ୩୫ .୬ ଡିଗ୍ରୀ ଓ ପାରାଦ୍ୱୀପରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ସେପଟେ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜିଠାରୁ ପାଣିପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନିମ୍ନ ଚାପରେଖା ସହ ଓଡ଼ିଶା ନିକଟରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟକୁ ବଙ୍ଗୋପସାଗର ଆଡୁ ଜଳିୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ । ଫଳରେ ଦିନରେ ତାତି ରହିଲେ ବି ଅପରାହ୍ଣ ସମୟରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୧୯ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ପାରଦ ସାମାନ୍ୟ ହ୍ରାସ ପାଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତଥାପି ବିଭିନ୍ନ ସ୍ଥାନରେ ସର୍ବାଧିକ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିବ ।

Leave A Reply

Your email address will not be published.