ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ ପାରଦ। ତାପମାତ୍ରାରେ ଲଗାତାର ବୃଦ୍ଧି ଘଟୁଛି, ଯାହା ଫଳରେ ଶୀତ କମିବା ସହ ଗରମ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୫-୭ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆଗାମୀ ଦିନରେ ଏହି ତାତି ଆହୁରି ବଢ଼ିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି।
୧୪ ତାରିଖରୁ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ତାତି ୪୦ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଆସନ୍ତାକାଲିଠାରୁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟମ ବୃଦ୍ଧି ପାଇବ। ୧୪ରେ ଝାରସୁଗୁଡ଼ା, ଟିଟଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ। ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, ଭବାନୀପାଟଣା ତାପମାତ୍ରା ୩୯ ଡିଗ୍ରୀ ରହିବ।
ଗତକାଲିର ସୂଚନାନୁଯାୟୀ, ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା। ୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର। ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ। ସେପଟେ ଆଗାମୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ।