Latest Odisha News

BREAKING NEWS

ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଆସନ୍ତାକାଲିଠାରୁ ଉପରମୁହାଁ ହେବ ତାତି

ଭୁବନେଶ୍ୱର: କମିଗଲା ବର୍ଷା। ପୁଣି ବଢିବ ତାତି। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁରରେ ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ଉପରମୁହାଁ ହେବ ତାତି। ୪ରୁ ୫ ଦିନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାତି ତାପମାତ୍ରା ବି ୨ରୁ ୩ ଡିଗ୍ରୀ ବଢ଼ିଯିବ।

ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ୭୧.୨ ମିମି ବର୍ଷା ହୋଇଛି। ନୟାଗଡ଼ରେ ୨୮.୨, କଟକରେ ୨୮, ଭଦ୍ରକରେ ୨୩, ଗୋପାଳପୁରରେ ୧୬.୫, ଚାନ୍ଦବାଲିରେ ୧୬.୬, କେନ୍ଦ୍ରାପଡ଼ାରେ ୧୬.୪, ବୌଦ୍ଧରେ ୧୬, ଭୁବନେଶ୍ୱରରେ ୧୨.୨, ତାଳଚେରରେ ୧୨, ଖୋର୍ଦ୍ଧାରେ ୧୧ ଓ ଦେବଗଡ଼ରେ ୧୦.୨ମିମି ବର୍ଷା ରେକର୍ଡ ହୋଇଛି।

ସେହିପରି ରବିବାର ମାଲକାନଗିରିରେ ଦିନ ତାପମାତ୍ରା ସବୁଠୁ ଅଧିକ ୩୭.୩ ଡିଗ୍ରୀ ଥିଲା। ଶନିବାର ତୁଳନାରେ ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ସାମାନ୍ୟ ବଢ଼ିଛି। ନବରଙ୍ଗପୁରରେ ୩୫.୫, ଭବାନୀପାଟଣାରେ ୩୫, କୋରାପୁଟରେ ୩୪.୮, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୪ ଏବଂ ଖୋର୍ଦ୍ଧାରେ ୩୩ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି। ଆଗକୁ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comments are closed.