Latest Odisha News

BREAKING NEWS

ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ: ରେକର୍ଡ ଭାଙ୍ଗିଲା ଆଜିର ତାପମାତ୍ରା

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ଓଡ଼ିଶା । ପ୍ରତିଦିନ ନୂଆ ନୂଆ ରେକର୍ଡ ଭାଙ୍ଗୁଛି ତାତି। ଆଜି ଚଳିତ ବର୍ଷର ଦିନର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରିଛି। ୪୪.୪ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ୯ଟି ସହରରେ ଦିନର ତାପମାତ୍ରା ୪୨ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ପୁଣି ଆଜି ୨୧ ସହରର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି।

ଆଗକୁ ଦିନର ତାପମାତ୍ରା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ୩୬.୦ ଡିଗ୍ରୀ, ଚାନ୍ଦବାଲିରେ ୩୮.୭ ଡିଗ୍ରୀ, କଟକରେ ୩୭.୦ ଡିଗ୍ରୀ, ପାରାଦୀପରେ ୩୩.୫ ଡିଗ୍ରୀ, ଭୁବନେଶ୍ୱରରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୦.୧ ଡିଗ୍ରୀ, ପୁରୀରେ ୩୨.୬ ଡିଗ୍ରୀ, ଅନୁଗୋଳରେ ୪୩.୧ ଡିଗ୍ରୀରହିଛି ।

ସେହିଭଳି ବଲାଙ୍ଗିରରେ ୪୪.୩ ଡିଗ୍ରୀ, କୋରାପୁଟରେ ୩୬.୨ ଡିଗ୍ରୀ, ଫୁଲବାଣୀରେ ୩୯.୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୫ ଡିଗ୍ରୀ, ତାଳଚେରରେ ୪୦.୬ ଡିଗ୍ରୀ, ଛତ୍ରପୁରରେ ୩୩.୦ ଡିଗ୍ରୀ, ରାୟଗଡ଼ାରେ ୩୮.୬ ଡିଗ୍ରୀ, ଭଦ୍ରକରେ ୪୦.୦ ଡିଗ୍ରୀ, ଢେଙ୍କାନାଳରେ ୪୦.୦ ଡିଗ୍ରୀ, ଦେବଗଡ଼ରେ ୪୨.୦ ଡିଗ୍ରୀ ରହିଛି ।

ସୋନପୁରରେ ୪୪.୪ ଡିଗ୍ରୀ, ବୌଦ୍ଧରେ୪୩.୦ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୫.୦ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୧.୦ ଡିଗ୍ରୀ ଓ ମାଲକାନଗିରିର ତାପମାତ୍ରା ୪୦.୦ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।

Leave A Reply

Your email address will not be published.