Latest Odisha News

BREAKING NEWS

ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ପାରଦ ୪୪ ପାର୍, ୩ ଦିନ ଯାଏ ହିଟୱେଭ୍ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିଥିବା ବେଳେ ତାତି ପୁଣି ଫେରିଛି । ଆଜି ଆଜି ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି । ସମ୍ବଲପୁରରେ ତାପମାତ୍ରା ୪୪.୨  ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୪୩.୪ ଡିଗ୍ରୀ, ହୀରାକୁଦରେ ୪୩ ଡିଗ୍ରୀ, ଭୁବନେଶ୍ୱରରେ ୪୧ ଡିଗ୍ରୀ ରେକର୍ଡ ହୋଇଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୨ ଦିନରେ ଦିନର ସର୍ବୋଚ୍ଚ ତାପମାତ୍ରା ଆଉ ୨ ଡିଗ୍ରୀ ଯାଏ ବୃଦ୍ଧି ପାଇବ । ଆଗାମୀ ୪ରୁ ୫ ଦିନ ଯାଏ କିଛି ସ୍ଥାନରେ ପାରଦ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ସହ ଅସହ୍ୟ ତାତି ଓ ଗୁଳୁଗୁଳି ଅନୁଭୂତ ହେବ ।

ଆଜି କିଛି ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ଆସନ୍ତାକାଲି ୮ ତାରିଖ ଓ ୯ ତାରିଖରେ ହିଟୱେଭ୍ ନେଇ ଝାରସୁଗୁଡ଼଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ୧୦ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.