Latest Odisha News

BREAKING NEWS

ତାତିରୁ ତ୍ରାହି, କାଲିଠୁ ରାଜ୍ୟରେ ବର୍ଷା… ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳିବ ତ୍ରାହି । କାଲିଠୁ ରାଜ୍ୟରେ ହେବ ବର୍ଷା । ଏବେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଂଶ ସହ ଗ୍ୟାଙ୍ଗେଟିକ୍ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ୨ରୁ ୩ ଦିନ ମଧ୍ୟରେ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତାକାଲି ଠାରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ୨୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତା ଛଡ଼ା କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ।

୨୨ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୨୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ହେବାକୁ ଥିବା ବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼ ଓ  କେନ୍ଦୁଝର ଜିଲ୍ଲାରେ ହେବାକୁ ଥିବା ବେଳେ ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ତାପମାତ୍ରା ଆଗାମୀ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଯାଏ ହ୍ରାସ ପାଇବ ।

Leave A Reply

Your email address will not be published.