ଭୁବନେଶ୍ବର: ମାର୍ଚ୍ଚରେ ଟାଇଁ ଟାଇଁ ଖରା । ୪୨ ଟପିଛି ପାରଦ । ୧୮ ତାରିଖ ଯାଏଁ ଏଭଳି ସ୍ଥିତିରୁ ନିସ୍ତାର ମିଳିବ ନାହିଁ । ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ହିଟ୍ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ହେଲେ ଆସନ୍ତା ୧୯, ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।
ଏହାପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ସୂଚନା ରହିଛି। ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଦେଓଗଡ ଓ ଝାରସୁଗୁଡା ଜିଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Comments are closed.