Latest Odisha News

୧୫ରୁ ହିଟୱେଭ୍, ପଶ୍ଚିମ ଓଡ଼ିଶାରେ ବର୍ଷିବ ନିଆଁ

ଭୁବନେଶ୍ୱର: ରାଜ୍ୟରେ ପୁଣି ବହିବ ଝାଞ୍ଜି ପବନ । ଆସନ୍ତା ୧୫ ତାରିଖରୁ ରାଜ୍ୟରେ ବିଶେଷ କରି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ । ହିଟୱେଭ୍ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୨୪ ଘଣ୍ଟାରେ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ । ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇବ ।

୧୫ ତାରିଖରେ ହିଟୱେଭ୍ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

୧୭ ତାରିଖରେ ଝାରସୁଗୁଡ଼଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ହିଟୱେଭ୍ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ସତର୍କ କରିବା ସହ ପ୍ରବଳ ଖରାରେ ଘରୁ ବାହାରିବାକୁ ବାରଣ କରିଛି ।

Leave A Reply

Your email address will not be published.