Latest Odisha News

BREAKING NEWS

ଆହୁରି ପ୍ରଚଣ୍ଡ ହେବ ତାତି; ଏହି ୩ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି, ଆସନ୍ତା ୪ ଦିନ ଉପକୂଳରେ ଗୁଳୁଗୁଳି

ଭୁବନେଶ୍ବର: ଆହୁରି ୩ ଦିନ କଲବଲ କରିବ ତାତି । ଆସନ୍ତା ୩ ଦିନ ପାଇଁ ୩ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ସମ୍ବଲପୁର, ବଲାଙ୍ଗିର, ବୌଦ୍ଧକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବରଗଡ଼ ଓ ସୋନପୁରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୨୬ ଜିଲ୍ଲାରେ ପ୍ରଚଣ୍ଡ ଖରା, ଗରମ ସହ ଉପକୂଳରେ ଗୁଳୁଗୁଳିର ଚେତାବନୀ ରହିଛି । ସକାଳେ ପ୍ରଚଣ୍ଡ ଖରା ଆଉ ଅପରାହ୍ନରେ କାଳବୈଶାଖୀର ସମ୍ଭାବନା ଥିବାବେଳେ ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ, ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଏହି ୨୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ୪୦ ରୁ ୬୦ କି.ମି. ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ମଙ୍ଗଳବାର ସମାନ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୩୦ରୁ କାଳବୈଶାଖୀ ଯୋଗୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

Comments are closed.