Latest Odisha News

ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏ ୨ଟି ସ୍ଥାନରେ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସେହିପରି ଭୀଷଣ ବର୍ଷା ନେଇ ଆସନ୍ତାକାଲି ୫ଟି ଜିଲ୍ଲା ଓ ଆସନ୍ତା ୧୩ ତାରିଖରେ ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.